Latest Odisha News

BREAKING NEWS

ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସଂସ୍କାର କରିବାକୁ ଘୋଷଣା 

ଭୁବନେଶ୍ୱର: ପ୍ରଥମ ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ଦିବଂଗତ ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସ୍ଵର୍ଗତ କେଳୁଚରଣ ମହାପାତ୍ର ଓ ତାଙ୍କର ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟାଙ୍କ ଅବଦାନକୁ ମନେ ପକାଇ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ଏହାସହ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ଲକ୍ଷ୍ମୀପ୍ରିୟାଙ୍କ ଅନ୍ତିମ ସଂସ୍କାର କରିବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପୁରୀରେ ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟଦା ସହ ଅନ୍ତିମ ସଂସ୍କାର ହେବ । 

ଓଡ଼ିଶୀକୁ ସମୃଦ୍ଧ କରିବା ଦିଗରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଲକ୍ଷ୍ମୀପ୍ରିୟାଙ୍କ ଦେହାନ୍ତରେ ମନ୍ତ୍ରୀ ପ୍ରତାପ ଜେନା ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ  କହିଛନ୍ତି, ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗ ଖବର ପାଇ ମୁଁ ଦୁଃଖିତ । ଓଡ଼ିଶୀ ନୃତ୍ୟକୁ ସମୃଦ୍ଧ କରିବା କ୍ଷେତ୍ରରେ ତାଙ୍କର ଅବଦାନ ଚିରସ୍ମରଣୀୟ । ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । 

ବାର୍ଦ୍ଧକ୍ୟଜନିତ ଅସୁସ୍ଥତାରେ ପୀଡ଼ିତା ୮୬ ବର୍ଷୀୟ ଲକ୍ଷ୍ମୀପ୍ରିୟାଙ୍କର ଗତକାଲି ରାତିରେ ଦେହାନ୍ତ ହୋଇଛି । ଗତ କିଛି ଦିନ ହେଲା ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ତାଙ୍କ ମୃତ୍ୟୁ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି ।

Leave A Reply

Your email address will not be published.