ଭୁବନେଶ୍ବର:ଆଜି ସନ୍ଧ୍ୟା ରେ ନବୀନ ନିବାସ ରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ୧୦ ଜଣ ବିଧାୟକଙ୍କ ସହ ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କରିଥିଲେ। ତୃଣମୂଳ ସ୍ତରରେ ଦଳର ସଂଗଠନ କୁ ମଜବୂତ କରିବା ସହ ଲୋକଙ୍କ ସହ ସିଧା ସଳଖ ସମ୍ପର୍କ ରଖିବା ପାଇଁ ପରାମର୍ଶ ଦେଇଛନ୍ତି ।
ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ କାମ ବିଷୟ ରେ ପଚାରି ବୁଝିବା ସହ ଲୋକଙ୍କ ସୁବିଧା ଅସୁବିଧା କୁ ଗୁରୁତ୍ୱ ଦେବା ପାଇଁ ନବୀନ ପଟ୍ଟନାୟକ କହିଥିଲେ। ଏହା ସହିତ ବିଧାୟକମାନଙ୍କ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ସମ୍ପର୍କରେ ମଧ୍ୟ ନବୀନ ପଚାରି ବୁଝିଥିଲେ। ବିଜୁ ଜନତା ଦଳ ର ଆଦର୍ଶ ରେ ଲୋକଙ୍କ ସେବା ଜାରି ରଖିବା ପାଇଁ ନବୀନ ପଟ୍ଟନାୟକ ବିଧାୟକମାନଙ୍କୁ ପରାମର୍ଶ ଦେଇଥିଲେ।
ଆଜିର ବୈଠକ ରେ ବିଧାୟିକା ପ୍ରମିଳା ମଲ୍ଲିକ,ବିଧାୟିକା ସୁଜାତା ସାହୁ,ବିଧାୟକ ସର୍ବଶ୍ରୀ ବିଶ୍ଵରଞ୍ଜନ ମଲ୍ଲିକ,ଅନନ୍ତ ନାରାୟଣ ଜେନା,ସୁଶାନ୍ତ ରାଉତ,ପ୍ରଦୀପ ସାହୁ,ତୁଷାର କାନ୍ତି ବେହେରା,ନବ ମଲ୍ଲିକ,ସାରଦା ଜେନା ଓ ରମାକାନ୍ତ ଭୋଇ ପ୍ରମୁଖ ଯୋଗ ଦେଇ ଆଲୋଚନା ରେ ଭାଗ ନେଇଥିଲେ।
Comments are closed.