Latest Odisha News

NEET ଓ JEE ସ୍ଥଗିତ ରଖିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: NEET ଓ JEE ସ୍ଥଗିତ ରଖିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ । ଟେଲିଫୋନ୍ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । NEET ଓ JEE ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍ ସ୍ଥିତି ସହ ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଫଳରେ ପରୀକ୍ଷା ଦେବାରେ ଛାତ୍ରଛାତ୍ରୀ ନାନା ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି ।

ପୂର୍ବରୁ NEET ଓ JEE ସ୍ଥଗିତ ରଖିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲଙ୍କୁ ଚିଠି ଲେଖି ଅବଗତ କରାଇଥିଲେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.