Latest Odisha News

BREAKING NEWS

Naveen Patnaik speaks to Ganjam Collector:ଗଞ୍ଜାମ ଜିଲ୍ଲାପାଳଙ୍କ ସହ କଥା ହେଲେ ନବୀନ;ଲୋକଙ୍କ ଦୁଃଖ ସମୟରେ ସେବା ଯୋଗାଇବାକୁ କର୍ମୀଙ୍କୁ ପରାମର୍ଶ

ଭୁବନେଶ୍ୱର:ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ ଗଞ୍ଜାମ ଜିଲ୍ଲାପାଳଙ୍କ ଠାରୁ ହିଞ୍ଜିଳି ଓ ଶେରଗଡ଼ ସମେତ ସମଗ୍ର ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି । ବିପନ୍ନ ଲୋକଙ୍କ ଉଦ୍ଧାର ଓ ରିଲିଫ ସମ୍ପର୍କରେ ନିଆଯାଇଥିବା ପଦକ୍ଷେପ, ଜିଲ୍ଲାପାଳ ବିରୋଧୀଦଳ ନେତାଙ୍କୁ ଅବଗତ କରିଥିଲେ। ଅର୍ଣ୍ଣବ ବାତ୍ୟା ଜନିତ ଏହି ଭୟଙ୍କର ବନ୍ୟା ଯୋଗୁଁ ଗଞ୍ଜାମ ବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଏଥିପାଇଁ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ବିପନ୍ନ ଲୋକଙ୍କ ନିକଟରେ ତୁରନ୍ତ ଆବଶ୍ୟକ ରିଲିଫ ଓ ଅନ୍ୟ ସହାୟତା ଯୋଗାଇ ଦେବା ପାଇଁ ପରାମର୍ଶ ଦେଇଛନ୍ତି ।

ଏହାସହିତ ଗଞ୍ଜାମ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ପାଇଁ ବିରୋଧୀ ଦଳ ନେତା ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ କୁ ଗଞ୍ଜାମ ପଠାଇଛନ୍ତି ।
ଏହି ପ୍ରତିନିଧି ଦଳରେ ପ୍ରତାପ ଜେନା, ଟୁକୁନି ସାହୁ, ବିକ୍ରମ ପଣ୍ଡା, ଡ.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଚନ୍ଦ୍ର ଶେଖର ସାହୁ,ଭୃଗୁ ବକ୍ସି ପାତ୍ର, ଚିନ୍ମୟ ସାହୁ, ରଂଜିତା ସାହୁ ଓ ସଂଘମିତ୍ରା ଦଳେଇ ଯାଇଛନ୍ତି। ଏହି ପ୍ରତିନିଧି ଦଳ ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଗଞ୍ଜାମ ଗସ୍ତ କରି ବିପନ୍ନ ଲୋକଙ୍କୁ ଭେଟିବା ସହ କ୍ଷୟକ୍ଷତି ଆକଳନ କରିବ ।

ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ RDC ଓ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ପରେ କମିଟି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାର ରିପୋର୍ଟ ପ୍ରଦାନ କରିବ। ସେହିପରି ଲୋକଙ୍କ ଏହି ଦୁଃଖ ସମୟରେ ଲୋକଙ୍କ ସହ ରହିବା ଓ ସେମାନଙ୍କ ସେବା କରିବା ପାଇଁ ବିଜେଡି କର୍ମୀମାନଙ୍କୁ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.