Latest Odisha News

ଲକ୍‌ଡାଉନ ବେଳେ ପୋଲିସର କାର୍ଯ୍ୟକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ, ବିଭିନ୍ନ ରେଞ୍ଜର ଡିଆଇଜି, ଏସ୍‌.ପି ଓ ଡିସିପିମାନଙ୍କ ସହିତ ଆଲୋଚନା କରିଛନ୍ତି । ଲକ୍‌ଡାଉନ ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ସେ ଆଲୋଚନା କରିଥିଲେ ।

ଥାନାମାନଙ୍କରେ ଲୋକମାନେ ଯେଭଳି ଉତ୍ତମ ସେବା ପାଇପାରିବେ ସେଥିପାଇଁ ଅଧିକ କର୍ମଚାରୀ ମୁତୟନ ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିପାଇଁ ୧୫ ଦିନ ମଧ୍ୟରେ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରିବା ପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କରୋନା ଯୁଦ୍ଧ ସରି ନାହିଁ ତେଣୁ ପୋଲିସ ବିଭାଗକୁ ଅଧିକ ସତର୍କ ହେବା ସହିତ ବୃତ୍ତିଗତ ଦକ୍ଷତାର ସହ କାମ କରିବାକୁ ପଡିବ ବୋଲି ନବୀନ କହିଛନ୍ତି ।

ଲକ୍‌ଡାଉନ ସମୟରେ ଅନ୍ୟ ରାଜ୍ୟ ଗୁଡିକର ପ୍ରବାସୀ ଶ୍ରମିକମାନେ ଓଡିଶା ମଧ୍ୟ ଦେଇ ଯିବା ସମୟରେ ସେମାନଙ୍କୁ ପୋଲିସ ବିଭାଗ ପକ୍ଷରୁ ସହାୟତାର ହାତ ବଢାଯାଇଥିବାରୁ ତାହା ଓଡିଶା ପୋଲିସର ଦକ୍ଷତା ଓ ବୃତ୍ତିଗତ ଉତ୍କର୍ଷତାର ନିଦର୍ଶନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କରୋନା ଭୟ ଥିଲେ ମଧ୍ୟ ବାତ୍ୟା ଅମ୍ଫାନ ସମୟରେ ଓଡ୍ରାଫ ଓ ଅଗ୍ନିଶମ ସେବାର କର୍ମଚାରୀମାନେ ପଶ୍ଚିମବଙ୍ଗ ଯାଇ ରିଲିଫ ଓ ପୁନଃରୁଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ । ଏଥି ପାଇଁ ସାରା ଦେଶ ପ୍ରଶଂସା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Comments are closed.