Latest Odisha News

BREAKING NEWS

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ସହ, ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମମନ୍ତ୍ରୀ ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲୁପର ଗସ୍ତରେ ଥିବା 5T ସଚିବ ଭି.କେ. ପାଣ୍ଡିଆନ ଆଜି ଖୀଣ୍ଡା ଯାଇ ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ତାଙ୍କ ଜନ୍ମ ପୀଠ ଖୀଣ୍ଡାର ବିକାଶ ସଂପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ ପରେ ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ୍ ଯୋଗେ ଅବଗତ କରାଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ ଏକ ଘଣ୍ଟା ଭିତରେ ନିଷ୍ପତ୍ତି ନେଇ ‘Development of Vir Surendra Sai Birth Place at Khinda, Samabalpur’ ପ୍ରକଳ୍ପକୁ ଅନୁମୋଦନ କରିଥିଲେ ।

ଏହି ପ୍ରକଳ୍ପରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ପୀଠର ବିକାଶ ହେବ । ୧.୯୪୫ ଏକର ଜମିରେ ହେବାକୁ ଥିବା ଏହି ପ୍ରକଳ୍ପ ରେ ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସହ ସ୍ମୃତି ସଦନ ମଧ୍ୟ ନିର୍ମାଣ କରାଯିବ । ସେଠାରେ ଥିବା ସଂଗ୍ରହାଳୟ ଓ ପାଠାଗାରର ପୁନରୁଦ୍ଧାର କରାଯିବ । ଲ୍ୟାଣ୍ଡସ୍କେପିଂ ସହ ଉଦ୍ୟାନର ବିକାଶ କରାଯିବ । ସୁନ୍ଦର ଭାବରେ ଆଲୋକୀକରଣ ମଧ୍ଯ କରାଯିବ । ସେଠାରେ ଥିବା ମଞ୍ଚ ଓ ସମାବେଶ ସ୍ଥଳର ଉନ୍ନତିକରଣ କରାଯିବ ।

ବୀର ସୁରେନ୍ଦ୍ର ସାଏ ଓଡ଼ିଆ ଜାତିର ପ୍ରାତ ସ୍ମରଣୀୟ ବକ୍ତିତ୍ୱ । ବୀର ସୁରେନ୍ଦ୍ର ସାଏ ତାଙ୍କର ଦୃଢ଼ ନେତୃତ୍ୱ, ବିଚକ୍ଷଣ ରଣ କୌଶଳ ଯୋଗୁଁ ବ୍ରିଟିଶ ସରକାରଙ୍କ ନିଦ ହଜାଇ ଦେଇଥିଲେ । ସେହି ମହାନ ସଂଗ୍ରାମୀଙ୍କର ଜନ୍ମସ୍ଥଳୀ ଖୀଣ୍ଡା, ପ୍ରତି ଓଡ଼ିଆଙ୍କ ପାଇଁ ଏକ ପବିତ୍ର ପୀଠ । ସ୍ୱାଧୀନତା ସଂଗ୍ରାମରେ ତାଙ୍କର ମହାନ ଅବଦାନ ଯୁବସମାଜକୁ ସର୍ବଦା ପ୍ରେରଣା ଦେଇ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.