Latest Odisha News

BREAKING NEWS

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା ।

Naveen To Dedicate Renovated Birthplace Of Gopabandhu Das In Puri

ସୁଆଣ୍ଡୋ ବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି । ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ପାଣ୍ଡିଆନ ଯୋଗ ଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ ।

Naveen To Dedicate Renovated Birthplace Of Gopabandhu Das In Puri

ପରେ ପାଣ୍ଡିଆନ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରିର ପୁର୍ନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଥିଲେ ।

Naveen To Dedicate Renovated Birthplace Of Gopabandhu Das In Puri

ସେବା ଓ ସଂଗ୍ରାମର ପ୍ରତୀକ ଉତ୍କଳମଣି ଓଡ଼ିଆ ଜନମାନସର ଅଦ୍ବିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି। ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋ ର ବିକାଶ କାର୍ଯ୍ୟ ପଣ୍ଡିତ ଗୋପବନ୍ଧୁଙ୍କ ପରିବାର ତଥା ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି ।

Leave A Reply

Your email address will not be published.