Latest Odisha News

BREAKING NEWS

ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନି ନବୀନ; ଜାଣନ୍ତୁ କାହିଁକି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବ ଗୁରୁବାର ଦିନ (ମେ’ ୩୦)ରେ ଅନୁଷ୍ଠିତ ହେଉଛି, ଏହି ଉତ୍ସବରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁପସ୍ଥିତ ରହିବା ନେଇ ବୁଧବାର ଦିନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି ।

କାରଣ: ଗୃହର ନେତା ହୋଇଥିବା ଯୋଗୁଁ ୧୬ଶ ବିଧାନସଭାର ନବ ନିର୍ବାଚିତ ସଦସ୍ୟ ମାନଙ୍କ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ରହିବେ ।

“ଗୃହର ନେତା ହୋଇଥିବା ଯୋଗୁଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ରହିବେ । ତେଣୁ ପ୍ରଧାନମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ କିମ୍ବା ତାଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟ ଆସନ୍ତାକାଲି ଦିଲ୍ଲୀ ଯାଇପାରିବେ ନାହିଁ, ” ବୋଲି ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏହି ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ, ମୁଖ୍ୟମନ୍ତ୍ରୀ ଏହି ଅବସରରେ ପ୍ରଧାନମନ୍ତ୍ରୀ ଏବଂ ତାଙ୍କର ନବ ନିଯୁକ୍ତ ମନ୍ତ୍ରୀମଣ୍ଡଳକୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।

ନବୀନ ବୁଧବାର ଦିନ ଭୁବନେଶ୍ୱରସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ଉତ୍ସବରେ ଲଗାତର ପଞ୍ଚମଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

Leave A Reply

Your email address will not be published.