Latest Odisha News

BREAKING NEWS

ଆଜି ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରିବେ ନବୀନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବ ନେଇ ସୂଚନା ମିଳିଛି ।

ଓଡ଼ିଶାରେ ଶାସକ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ମେ’ ୨୯ ତାରିଖ ଦିନ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।

ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ହେବା ନେଇ ସୂଚନା ମିଳିଛି । ବିଗତ ୪ଥର ହେବ ମୁଖ୍ୟମନ୍ତ୍ରୀ ଭାବେ ନବୀନ ରାଜଭବନରେ ଶପଥ ଗ୍ରହଣ କରିଆସୁଛନ୍ତି ।

ଏହି ସମାରୋହରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କ ସମେତ ପାଖାପାଖି ୫ ହଜାର ଲୋକ ସାମିଲ ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.