Latest Odisha News

BREAKING NEWS

ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ: ୫ରେ ଦିଲ୍ଲୀ ଗସ୍ତରେ ଯିବେ ନବୀନ

ଭୁବନେଶ୍ବର: ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ବିଜେଡି ସାଂସଦମାନେ ଏଥର ବି ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡଙ୍କୁ ସମର୍ଥନ ଦେବେ । ତେବେ ତା ପୂର୍ବଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଗଷ୍ଟ ୫ ତାରିଖରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ।  ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

୬ତାରିଖ ଅପରାହ୍ନ ସାଢ଼େ ୪ଟାରେ ରାଷ୍ଟ୍ରପତି ଭବନର କଲଚରାଲ ସେଂଟରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ସ୍ୱାଧୀନତା ଦିବସ ଉପଲକ୍ଷେ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ସାମିଲ ହେବେ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.