ଛତିଶଗଡ଼ : ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସିଆରପିଏଫ କ୍ୟାମ୍ପ ଉପରେ ନକ୍ସଲଙ୍କ ହମଲା । ପାମେଡ ଥାନା ଅନ୍ତର୍ଗତ ଧର୍ମଗଡ ସିଆରପିଏଫ କ୍ୟାମ୍ପ ଉପରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିବା ଜଣାପଡିଛି । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଉଭୟ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଚାଲିଛି ଗୁଳି ବିନିମୟ । ଯବାନଙ୍କ ପକ୍ଷରୁ ପାଲଟା ଜବାବ ଦିଆଯାଉଛି । ଧର୍ମଗଡରେ ରହିଛି ସିଆରପିଏଫ ୧୯୬ ବାଟାଲିଆନର କ୍ୟାମ୍ପ । ଏହି କ୍ୟାମ୍ପ ସ୍ଥାପନ ହେବା ପରଠାରୁ ସ୍ଥାନୀୟ ଆଦିବାସୀ ଓ ଯବାନ ବାରମ୍ବାର ମୁହାଁମୁହିଁ ହେଉଛନ୍ତି । ଆଉ ଆଜି ଏହି ସିରଆପିଏଫ କ୍ୟାମ୍ପ ଉପରେ ଅତର୍କିତ ଆକ୍ରମଣ କରିଛନ୍ତି ମାଓବାଦୀ । ତେବେ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ । ଏନେଇ ସୂଚନା ଦେଇଛନ୍ତି ବିଜାପୁର ଏଏସପି ପଙ୍କଜ ଶୁକ୍ଳା ।
BREAKING NEWS
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
- କରୀନାଙ୍କ ପ୍ରେମରେ ପଡିଛନ୍ତି କି କାର୍ତିକ
- Government new rules ସାବଧାନ!ରାସ୍ତାରେ ପାନ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା
- ହୋଟେଲ୍, ଢାବାରେ କାଠ ଓ କୋଇଲା ଜାଳିଲେ ଲାଗିବ ଫାଇନ: ବିଏମସି
- ଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ
- ବାଲି ନେଲା ଜୀବନ; ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ଦୁର୍ଘଟଣାରେ ସାମ୍ବାଦିକାଙ୍କ ସମେତ ୨ ମୃତ
Comments are closed.