ଝାରସୁଗୁଡା: ବିଶୃଙ୍ଖଳିତ ଆଚରଣ ଓ କର୍ତ୍ତବ୍ୟରେ ଅବହେଳା ପାଇଁ କିର୍ମିରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବାଗଡ଼ିହି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ଶାନ୍ତନୁ ଜୟପୁରିଆଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି ।
ଝାରସୁଗୁଡା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜୟପୁରିଆଙ୍କୁ ନିଲମ୍ବନ କରାଯାଇଥିବା ସୂଚନା । ବ୍ରଜରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜୟପୁରିଆଙ୍କ ହେଡକ୍ବାଟର ଭାବେ ସ୍ଥିର କରାଯାଇଥିବା ବେଳେ ତାଙ୍କୁ ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକ୍ଷକଙ୍କ ନିକଟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ, ତାଙ୍କୁ ନିଜର ସମସ୍ତ ଦାୟିତ୍ୱ ବାଗଡ଼ିହି ସ୍ୱାସ୍ଥ୍ୟ ଉପ କେନ୍ଦ୍ରର ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀଙ୍କୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଝାରସୁଗୁଡା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.