Latest Odisha News

BREAKING NEWS

କିପରି ଥିଲା ନେତାଜୀଙ୍କ ଛାତ୍ର ଜୀବନ, ଜାଣନ୍ତୁ

ଭୁବନେଶ୍ୱର: ନେତାଜୀଙ୍କୁ ପାଞ୍ଚବର୍ଷ ହୋଇଥିବା ବେଳେ ଅର୍ଥାତ ୧୯୦୨ ମସିହାରେ ତାଙ୍କ ପିତା ଜାନକୀନାଥ ତାଙ୍କର ପ୍ରାଥମିକ ଶିକ୍ଷା ନିମନ୍ତେ କଟକ ପ୍ରୋଟେଷ୍ଟାଣ୍ଡ ସ୍କୁଲଠାରେ ନାମ ଲେଖାଇଥିଲେ ।

ସେଠାରେ ସୁଭାଷ ଜଣେ ମେଧାବୀ ଛାତ୍ର ଭାବରେ ସୁନାମ ଅର୍ଜନ କରିଥିଲେ । ସେହି ସମୟରେ ପ୍ରୋଟେଷ୍ଟାଣ୍ଡ ସ୍କୁଲର ନିୟମ ଅନୁସାରେ ଭାରତରେ ଜନ୍ମ ଗ୍ରହଣ କରିଥିବା ଯେଉଁ ଛାତ୍ର ଯେତେ ଅଧିକ ନମ୍ବରରଖି ଉତ୍ତୀର୍ଣ୍ଣ ହୋଇଥିଲେ ମଧ୍ୟ ସେମାନଙ୍କୁ ଅନେକ ବୃତ୍ତି ଦେବା କ୍ଷେତ୍ରରେ ପାତର ଅନ୍ତର ପ୍ରଥା ଅବଲମ୍ବନ କରାଯାଉଥିଲା ।

ତାହା ହିଁ ଥିଲା ସୁଭାଷଙ୍କ ମନରେ ବିଦ୍ରୋହତା । ପିତା ସୁଭାଷଙ୍କର ମନକଥା ବୁଝିପାରିଥିଲେ । ୧୯୦୯ ମସିହାରେ ସୁଭାଷଙ୍କର ଶିକ୍ଷାକୁ ଦେଶୀୟ ହିସାବରେ ଶିକ୍ଷାଦାନ ନିମନ୍ତେ ପରବର୍ତ୍ତି ଶିକ୍ଷା ବ୍ୟବସ୍ଥା ରେଭେନ୍ସା କଲେଜିଏଟ ସ୍କୁଲରେ ନାମ ଲେଖାଇଥିଲେ ।

୧୯୦୮ମସିହା ଅଗଷ୍ଟ ମାସ ୧୧ ତାରିଖ ଦିନ ଖୁଦୀରାମଙ୍କୁ ଇଂରେଜ ସରକାରଙ୍କଦ୍ୱାରା ଫାସି ଦିଆଯାଇଥିଲା । ସୁଭାଷଙ୍କ ମନରେ ଏହାର ପ୍ରଭାବ ପଡ଼ିଲା ।

ଛାତ୍ର ଜୀବନ କାଳରେ ୧୯୧୧ ମସିହାରେ ସୁଭାଷ ହେଲେ ବିଶ୍ୱବିଦ୍ୟାଳୟର ଶ୍ରଦ୍ଧାର ପାତ୍ର । ଜଣେ ଦକ୍ଷ ସଂଗଠକ, ସୁଭାଷ ବୋଷଙ୍କଦ୍ୱାରା ଖୁଦିରାମଙ୍କର ସ୍ମୃତି ବାର୍ଷିକ ପାଳନ କରାଗଲା ।

ପୁନଶ୍ଚ ୧୯୧୧ ମସିହା ଅଗଷ୍ଟ ମାସରେ ରେଭେନ୍ସା କଲେଜିଏଟ ସ୍କୁଲ ଛାତ୍ରାବାସରେ ଚୁଲି ଜଳାଗଲା ନାହିଁ । ସମସ୍ତେ ଉପବାସ ରହି ତାହା ପାଳନ କଲେ । ସ୍ମୃତି ସଭାରେ ସୁଭାଷଙ୍କର ବକ୍ତୃତା ସମସ୍ତଙ୍କ ହୃଦୟକୁ ସ୍ପର୍ଶ କଲା ।

ସେ ଦିନ ସୁଭାଷ ତାଙ୍କର ସମସ୍ତ ଛାତ୍ର ବନ୍ଧୁଙ୍କୁ ଉଦବୋଧନ ଦେଇ କହିଥିଲେ ଦେଶର ଲୋକମାନଙ୍କୁ ଦେଶାତ୍ମକ କରିବାକୁ ହେଲେ ସେମାନଙ୍କୁ ଦେଶାତ୍ମକ ଧର୍ମରେ ଦୀକ୍ଷିତ କରିବାକୁ ହେବ ।

ସହୀଦ ଖୁଦୀରାମଙ୍କର ସ୍ମୃତି ଦିବସ ପାଳନ ହେବାର ସମ୍ବାଦ ଇଂରେଜ ସରକାରଙ୍କ ନିକଟକୁ ପହଞ୍ଚିଲା । ସେଥିଯୋଗୁଁ ଜିଲ୍ଲା ମାଜିଷ୍ଟ୍ରେଟଙ୍କ କେତେକ ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡ଼ିଥିଲା ପ୍ରଧାନ ଶିକ୍ଷକ ବେଣିମାଧବ ଦାସଙ୍କୁ ।

ଏହି କାରଣରୁ ବେଣୀମାଧବ ଦାସଙ୍କ ନଦୀଆ ଜିଲ୍ଲା ଅନ୍ତର୍ଗତ କୃଷ୍ଣଗେରକୁ ଯିବାକୁ ଆଦେଶ ଆସିଲା । ଶିକ୍ଷକଙ୍କ ବଦଳିର ଆଦେଶ ଶୁଣି ଚୁପ ରହିପାରିଲେ ନାହିଁ ସୁବାଷ । ସମସ୍ତ ଛାତ୍ରମାନଙ୍କୁ ନେଇ ଆନ୍ଦୋଳନ କରିଥିଲେ ମଧ୍ୟ ଶେଷରେ ଶିକ୍ଷକଙ୍କ ବଦଳି ହୋଇଥିଲା ।

୧୯୧୩ ମସିହାରେ ସୁଭାଷଙ୍କର ମେଟ୍ରିକୁଲେସନ ପରୀକ୍ଷା ଫଳ ପ୍ରକାଶ ପାଇଲା । ସୁଭାଷ ସମସ୍ତଙ୍କ ମଧ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ । ପିତା ଜାନକୀନାଥଙ୍କ ଇଛାରେ ୧୯୧୩ ମସିହାରେ ସେ କଲିକତା ବଙ୍ଗଳା ଶ୍ରେଷ୍ଠ କଲେଜ ପ୍ରେସିଡେନ୍ସି କଲେଜରେ ଯୋଗଦେଲେ।

Leave A Reply

Your email address will not be published.