Latest Odisha News

BREAKING NEWS

ଆସିଲା ୩ ବର୍ଷିଆ ନୂଆ ଅବକାରୀ ନୀତି: ବଡ଼ଦାଣ୍ଡରେ ଖୋଲିବନି ମଦ ଦୋକାନ, ଆଉ ହେବନି…

ଭୁବନେଶ୍ୱର: ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି । ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ। ପୂର୍ବ ପ୍ରଚଳିତ ବାର୍ଷିକ ନୀତି ପରିବର୍ତ୍ତେ ତ୍ରୈବାର୍ଷିକ ଅବକାରୀ ନୀତି ରୂପରେଖ ପ୍ରବର୍ତ୍ତନ ମାଧ୍ୟମରେ ସରକାର ଏହି କ୍ଷେତ୍ରରେ ନୀତିରେ ସ୍ଥିରତା ଓ ସ୍ୱଚ୍ଛତା ଆଣିବାକୁ ଉଦ୍ୟମ କରୁଛନ୍ତି । ଏହାସହିତ ଆବଶ୍ୟକ ହେଲେ ଏହାକୁ ପରିବର୍ତ୍ତନ କରିବାର ପ୍ରକ୍ରିୟା ମଧ୍ୟ ରଖୁଛନ୍ତି ।

ଏହି ନୀତି ଅଧୀନରେ ଏକ ଗୁରୁତ୍ବପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ପ୍ରବର୍ତ୍ତନ । ଏହା ମାଧ୍ୟମରେ ମଦକୁ ଏକ କ୍ଷତିକାରକ ପଦାର୍ଥ ଭାବେ ସ୍ଵୀକାର କରାଯାଇଛି । ଏହି ସେସ୍‌ରୁ ଆସୁଥିବା ଆୟ ମଡେଲ ଡି-ଆଡିକ୍ସନ କେନ୍ଦ୍ର ସ୍ଥାପନ ଓ ସୁଦୃଢ଼ କରିବାରେ ବ୍ୟୟ କରାଯିବ ।

ରାଜ୍ୟରେ ନୂତନ ଠିପି ଖୋଲା ଓ ଠିପି ବନ୍ଦ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମତି । ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ବି ମିଳିବନି ଅନୁମତି। ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ ଖୋଲିବନି ମଦ ଦୋକାନ ।

ନୂଆ ଅବକାରୀ ଲାଇସେନ୍ସ ପାଇଁ ୧୦ ପ୍ରତିଶତ ବଢିଲା ଆବେଦନ ଶୁଳ୍କ । ଏଣିକି ହୋମ୍ ଡେଲିଭରିରେ ମିଳିବନି ମଦ। ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି । ସିସିଟିଭି ନିରୀକ୍ଷଣରେ ରହିବ ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ ।

ଅବକାରୀ ମନ୍ତ୍ରୀ କହିଛନ୍ତି ଯେ, ଲାଇସେନ୍ସ ଶୁଳ୍କ ବାର୍ଷିକ ୧୦ ରୁ ୨୦ ପ୍ରତିଶତ ବୃଦ୍ଧି ପାଇବ । IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି । ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର କରାଯାଇଛି ।

Leave A Reply

Your email address will not be published.