Latest Odisha News

BREAKING NEWS

ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ବ୍ୟବସ୍ଥା, ଆନନ୍ଦବଜାରରେ ନୂଆ ଡ୍ରେସକୋର୍ଡ

ପୁରୀ: ନୂଆବର୍ଷ ଠାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହେବ ନୂଆ ବ୍ୟବସ୍ଥା । ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି, ସ୍ବତନ୍ତ୍ର ବାରିକେଡ୍ ଯୋଗେ ନୂଆବର୍ଷରୁ ଶ୍ରୀଜିଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏନେଇ ଓବିସିସି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ।

ଏଥିସହିତ ଆନନ୍ଦବଜାରରେ ଆହୁରି ଶୃଙ୍ଖଳା ଆସିବ କହିଛନ୍ତି ମୁଖ୍ୟ ପ୍ରଶାସନ । ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଏକ ଅନୁଧ୍ୟାନ କମିଟି ଗଠନ କରାଯାଇଛି । ତଦାରଖ ଓ ବିଶୃଙ୍ଖଳା ରୋକିବାକୁ ୨୦ଜଣ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଇଛି । ଏମାନେ ପର୍ଯ୍ୟାୟକ୍ରମେ ୮ ଘଣ୍ଟିଆ ଡ୍ୟୁଟି କରୁଥିବା ବେଳେ ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ କ୍ଷେତ୍ରରେ ବି କଟକଣା ଲଗାଯାଇଛି । ଦୋକାନ ମାଲିକଙ୍କ ବ୍ୟତୀତ ଅନ୍ୟ କେହି ମହାପ୍ରସାଦ ଦୋକାନ ଚଳାଇ ପାରିବେନି ବୋଲି ବାଧ୍ୟତାମୂଳକ କରାଯାଇଛି । ଅନ୍ନ ମହାପ୍ରସାଦ ଓ ଶୁଖିଲା ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କୁ ସହାୟତା ପାଇଁ ଜଣେ ଲେଖାଏଁ ସହାୟକ ରଖିବାକୁ ଅନୁମତି ପ୍ରଦାନ କରାଯାଇଛି ।

ଏଥିସହିତ ସହାୟକମାନଙ୍କୁ ମଧ୍ୟ ଡ୍ରେସ୍ କୋର୍ଡ ପରିଧାନ କରିବାକୁ କୁହାଯାଇଛି । ଏମାନେ ଗେରୁଆ ରଙ୍ଗର ପୋଷାକ ପିନ୍ଧି ମହାପ୍ରସାଦ ବିକ୍ରିରେ ସହାୟତା କରିବେ । ଶ୍ରୀମନ୍ଦିର ପ୍ରଶାସନର ସ୍ବୀକୃତି କ୍ରମେ ସୁଆର ମହାସୁଆର ନିଯୋଗ ଆନନ୍ଦବଜାର କ୍ଷେତ୍ରରେ ଏହି ବ୍ୟବସ୍ଥା ଲାଗୁ କରିଥିବା ବେଳେ ଏନେଇ ଆସନ୍ତା ୨୫ ତାରିଖ ଠାରୁ ଗେରୁଆ ରଙ୍ଗର ପୋଷାକ ପିନ୍ଧି ଆନନ୍ଦବଜାରକୁ ଆସିବେ ବୋଲି ମତ ରଖିଛନ୍ତି ସହାୟକ ।

Leave A Reply

Your email address will not be published.