ଭୁବନେଶ୍ୱର: ସାଧାରଣତଃ ଅନେକ ଫିଲ୍ମରେ ଶାଶୁ- ବୋହୂଙ୍କର ଝଗଡ଼ାକୁ ନେଇ କାହାଣୀ ଦେଖିବାକୁ ମିଳେ । କିନ୍ତୁ ଖୁବ୍ଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି ଜୀ ସାର୍ଥକ ଫିଲ୍ମସର ନୂଆ ମୁଭିି ଯେଉଁଥିରେ ଶାଶୁ-ବୋହୁ ଭିତରେ ଝଗଡ଼ା ନାହିଁ । ବରଂ କାହାଣୀ ଅନୁସାରେ ଶାଶୁ କିପରି ନିଜ ବୋହୂର କନ୍ୟାଦାନ କରୁଛନ୍ତି, ତାକୁ କାହାଣୀରେ ରୁପାନ୍ତର କରାଯାଇଛି । ଫିଲ୍ମଟିର ନାଁ ହେଉଛି ‘କନ୍ୟାଦାନ’ । ଏହାର ଅଡ଼ିଓ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ହୋଟେଲରେ ଲୋକାର୍ପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଭିନେତ୍ରୀ ଜସ୍ମିନ ରଥ, ବିକ୍ରମ ମହାନ୍ତି, କଣ୍ଠ ଶିଳ୍ପୀ ସ୍ୱୟଂ ପାଢ଼ୀ, ଅନ୍ତରା ଚକ୍ରବର୍ତ୍ତୀ, ଦେବାଂଶୀ ଦାଶ, ଶୁଭାଶିଷ ଲେଙ୍କାଙ୍କ ସମେତ ଜୀ- ସାର୍ଥକ ଚାନେଲ ମୁଖ୍ୟ ପ୍ରତୀକ ସିଲ, ନନ୍ ଫିକ୍ସନ ହେଡ଼ ତନ୍ମୟ ମିଶ୍ର, ପ୍ରଯୋଜକ କବିର ଦାସ ଓ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ସାହୁ ଯୋଗ ଦେଇ ଅଡିଓ ଲୋକାର୍ପଣ କରିବା ସହ ପୋଷ୍ଟର ଉନ୍ମୋଚନ କରିଥିଲେ ।
ଜୀ-ସାର୍ଥକ ଫିଲ୍ମସ ସବୁବେଳେ ନୂଆ ଓ ଭିନ୍ନ ଭିନ୍ନ କାହାଣୀରେ ନିର୍ମିତ ଚଳଚ୍ଚିତ୍ର ଦର୍ଶକଙ୍କୁ ଦେଇ ଆସିଛି । ଆସନ୍ତା ୨୯ ତାରିଖରେ ଏହି ଚଳଚ୍ଚିତ୍ର ଶୁଭମୁକ୍ତି କରିବ । ଏହି ଚଳଚ୍ଚିତ୍ରକୁ କବିର ଦାସଙ୍କ ପ୍ରଯୋଜନା କରିଥିବା ବେଳେ ମୃତ୍ୟୁଞ୍ଜୟ ସାହୁ ନିର୍ଦ୍ଦେଶନା ଦେଇଛନ୍ତି । ଏଥିରେ ନିର୍ମଳ ନାୟକ ଗୀତ ରଚନା କରିଥିବା ବେଳେ ପ୍ରଶାନ୍ତ ପାଢ଼ୀ ଗୀତଗୁଡ଼ିକ ସଙ୍ଗୀତରେ ସଜେଇଛନ୍ତି । ଅନ୍ତରା ଚକ୍ରବର୍ତ୍ତୀ, ସ୍ୱୟଂ ପାଢ଼ୀ, ଦେବାଂଶୀ ଦାଶ ଓ ଶୁଭାଶିଷ ଲେଙ୍କା ଏଥିରେ କଣ୍ଠ ଦାନ କରିଛନ୍ତି । ଏହି ଫିଲ୍ମର ମୁଖ୍ୟ ଭୂମିକାରେ ବିଶିଷ୍ଟ ଅଭିନେତ୍ରୀ ମହାଶ୍ୱେତା ରାୟ, ଜସ୍ମିନ ଓ ବିକ୍ରମ ଅଭିନୟ କରିଛନ୍ତି । ଏକ ଭିନ୍ନ ସ୍ୱାଦର ଓ ସମାଜରେ ବର୍ତ୍ତମାନ ସ୍ଥିତି ଉପରେ ଏହି କାହାଣୀ ପରିବେଷିତ ହୋଇଥିବାରୁ ଚଳଚ୍ଚିତ୍ରଟି ଦର୍ଶକଙ୍କୁ ବାନ୍ଧି ରଖିବ ବୋଲି ଜୀ-ସାର୍ଥକ ଚାନେଲ୍ ମୁଖ୍ୟ ପ୍ରତୀକ ସିଲ୍ କହିଛନ୍ତି ।
BREAKING NEWS
- ଇରାନରେ ଖାମେନେଇଙ୍କ ୩୭ ବର୍ଷର ଶାସନ ଅନ୍ତ ହେବ କି? ଡୋନାଲ୍ଡ ଟ୍ରମ୍ପ ଏହି ଘୋଷଣା କଲେ…
- UPI ନେଇ ଘାରିଲାଣି ଚିନ୍ତା, ଏବେ ଶେଷ ହେବ କି ଫ୍ରୀ ପେମେଣ୍ଟ ଯୁଗ?
- Road Accident: ଟ୍ରକ୍-ବୋଲେରୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଗୋଟିଏ ପରିବାରର ୭ ଗୁରୁତର
- Public Grievance: ଜାନୁଆରୀ ୧୯ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
- Indigo Flight: ବିମାନ ସେବାରେ ବିଭ୍ରାଟ; ‘ଇଣ୍ଡିଗୋ’ ଉପରେ ୨୨ କୋଟି ଟଙ୍କା ଫାଇନ୍
- Weather Update: ପାରଦ ହେବ ଉପରମୁହାଁ, ଆଜିଠାରୁ ରାଜ୍ୟରେ କମିବ ଶୀତ
- Men’s Hockey India League 2026: ଘରୋଇ ଗ୍ରାଉଣ୍ଡରେ କଳିଙ୍ଗ ଲାନସର୍ସର ବୃହତ ବିଜୟ, ଟପ୍ -୪ରେ ସ୍ଥାନ କଲା ପକ୍କା
- Mahanadi Water Dispute: ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି
- Cross-Border Arms Terror Module: ପାକିସ୍ତାନରୁ ପଠାଯାଇଥିବା ବିପୁଳ ଅସ୍ତ୍ରଶସ୍ତ୍ର ଉଦ୍ଧାର;କ୍ଷେତରେ ଲୁଚାଯାଇଥିଲା…
- ସସପେନ୍ସ ଭିତରେ ସସପେଣ୍ଡ୍…ହେଲେ କଳି ଗଲାଣି ବଳି
Comments are closed.