Latest Odisha News

BREAKING NEWS

ପ୍ରକାଶ ପାଇଲା ମନ୍ତ୍ରୀଙ୍କ ତାଲିକା; ଶପଥ ନେବେ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପୂର୍ବରୁ ପ୍ରକାଶ ପାଇଲା ମନ୍ତ୍ରୀ ତାଲିକା । ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଆଜି ଶପଥ ନେବେ । ରାଜଭବନ ପକ୍ଷରୁ ଏହି ମନ୍ତ୍ରୀ ତାଲିକା ପ୍ରକାଶ ପାଇଛି ।

କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେବେ ।

ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେବେ । ସେମାନେ ହେଲେ, ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସମ୍ପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେବେ ।

 

 

Comments are closed.