କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ ଛାଡ଼ ନିର୍ଦ୍ଦେଶ ଘଣ୍ଟାକ ମଧ୍ୟରେ ହେଲା ପ୍ରତ୍ୟାହୃତ । ସନ୍ଧ୍ୟା ସାଢ଼େ ୫ଟା ପୂର୍ବରୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ ଛାଡ଼ ନିର୍ଦ୍ଦେଶ ପ୍ରତ୍ୟାହୃତ ହୋଇଛି । ମହିଳା କର୍ମଚାରୀ, ଅଧ୍ୟାପିକା ଓ ଛାତ୍ରୀମାନଙ୍କ ପାଇଁ ଆସିଥିବା ନିର୍ଦ୍ଦେଶନାମା ପ୍ରତ୍ୟାହୃତ କରି ନେଲେ ରେଭେନ୍ସା କର୍ତ୍ତୃପକ୍ଷ ।
ରେଭେନ୍ସା ବିଶ୍ୱବିଦ୍ୟାଳୟ ଜନ ସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି ଯେ, ଖୁବଶୀଘ୍ର ଏ ନେଇ ନୂଆ ବିଜ୍ଞପ୍ତି ଆସିବ । ତେବେ ବିଜ୍ଞପ୍ତି ପ୍ରତ୍ୟାହୃତର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ।
ସୂଚନାଥାଉକି, ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୁତି ପରେ ମହିଳା ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଛି । ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରେଭେନ୍ସା ବିଶ୍ଵବିଦ୍ୟାଳୟ ପକ୍ଷରୁ ନୂଆ ନିଷ୍ପତ୍ତି ନିଆଯାଇଥିଲା ଯେ, ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ ରେଭେନ୍ସା କ୍ୟାମ୍ପସ ମନା । ନୂଆ କଟକଣା ଲଗାଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ। ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି ବୋଲି କହିଥିଲା ରେଭେନ୍ସା । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ ହୋଇଛି ।
Comments are closed.