ଭୁବନେଶ୍ୱର: ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ହୋଇଛନ୍ତି ସୁରେଶ ମହାପାତ୍ର । ନୂଆବର୍ଷରେ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜିଠାରୁ ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବରେ କାର୍ୟ୍ୟଭାର ସମ୍ଭାଳିଛନ୍ତି ୧୯୮୬ ବ୍ୟାଚ୍ ଆଇଏଏସ୍ ଅଫିସର ସୁରେଶ ମହାପାତ୍ର । ଅସିତ ତ୍ରିପାଠୀଙ୍କ ଅବସର ପରେ ସେ ମୁଖ୍ୟ ଶାସନ ସଚିବ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତକାଲି ସରିଥିଲା ଅସିତ ତ୍ରିପାଠୀଙ୍କ କାର୍ଯ୍ୟକାଳ ।
ପ୍ରଶାସନିକ କ୍ଷେତ୍ରରେ ୩୪ବର୍ଷର କାର୍ଯ୍ୟ ଦକ୍ଷତା । ଏହି ସମୟରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗ ସଚିବ ଦାୟିତ୍ୱ ତୁଲାଇଛନ୍ତି । ଜଙ୍ଗଲ ଓ ପରିବେଶ, ଜଳ ସମ୍ପଦ, ଶକ୍ତି ବିଭାଗ ସଚିବ ଥିଲେ । ରାଜ୍ୟର ଉନ୍ନୟନ କମିଶନର ବି ରହିଛନ୍ତି ସୁରେଶ ମହାପାତ୍ର । ସେହିପରି ଗ୍ରୀଡକୋ ଏବଂ ଓମଫେଡ୍ ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି । ଏହାବ୍ୟତୀତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ବି ତୁଲାଇଛନ୍ତି ସୁରେଶ ମହାପାତ୍ର ।
BREAKING NEWS
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ

Comments are closed.