ପୁରୀ: ଆଜିଠାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ନୂଆ ନିୟମ । ଜଗା ଦର୍ଶନ ପାଇଁ କଡାକଡି ପାଳନ କରାଯାଉଛି ଗାଇଡଲାଇନ୍ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ନେଇ ନୂଆ ଏସଓପି ଜାରି କରିଥିଲା ପ୍ରଶାସନ । ଆଜିଠୁ ରାଜ୍ୟ ବାହାର ଭକ୍ତଙ୍କ ପାଇଁ RT-PCR ନେଗେଟିଭ୍ ରିପୋର୍ଟ କିମ୍ବା ଟିକାର ଦୁଇଟି ଡୋଜ ନେଇଥିବା ପ୍ରମାଣପତ୍ର ବାଧ୍ୟକାମୂଳକ କରାଯାଇଛି । ଚାରି ଦିନ ମଧ୍ୟରେ କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଥିବା ଆବଶ୍ୟକ ।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତରକାଠ ବଦଳରେ ବାହାର କାଠ ନିକଟରୁ ସର୍ବସାଧାରଣ ଦର୍ଶନ କରାଯାଉଛି । ଶ୍ରୀମନ୍ଦିର ଭିତରେ କୋଭିଡ୍ ଗାଇଡଲାଇନ ଅନୁପାଳନ ନେଇ ଗଠନ ହୋଇଛି ସ୍ୱତନ୍ତ୍ର ଟିମ୍ । ବିନା ମାସ୍କରେ କୌଣସି ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ଅନୁମତି ନାହିଁ । ଏହାସହ ହାତ ସାନିଟାଇଜ କରିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି ।
BREAKING NEWS
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସୀର ହୋସେନ, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…
- ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା

Comments are closed.