Latest Odisha News

ନୂଆବର୍ଷରୁ ପ୍ରବଳ ଶୀତ, ଘନକୁହୁଡ଼ିକୁ ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ନୂଆବର୍ଷରେ ଶୀତରେ ଥରିବ ରାଜ୍ୟ। ଶୁଖିଲା ପାଗ ସହ ପ୍ରବଳ ଶୀତ ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ରାଜ୍ୟ ପାଣିପାଗ ବିଭାଗ। ଆଜିଠାରୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁଖିଲା ପାଗ ରହିବା ସହିତ ଶୀତ ବଢିବ। ଏହାସହ ରାତି ସମୟରେ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ କମିବ। ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର  କନ୍ଧମାଳ, କୋରାପୁଟ  ଏବଂ ଅନୁଗୁଳ ଜିଲ୍ଲାରେ କୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି। ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ଗଂଜାମ, ଗଜପତି, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ ଓ ସୁନ୍ଦରଗଡ଼ ଜିଲ୍ଲାରେ ଘନକୁହୁଡ଼ିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଚଳିତ ବର୍ଷ ଡିସେମ୍ବର ମାସରେ ପାଖାପାଖି ୧୦ ଦିନ ଶୀତ ଅନୁଭୂତ ହୋଇଥିବା ବେଳେ ଜାନୁଆରିରେ ମଧ୍ୟ ଶୀତର ପ୍ରକୋପ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ହେଲେ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ଶୀତର ପ୍ରକୋପ କମ ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି।

ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, କୋରାପୁଟ  ଏବଂ ଅନୁଗୁଳ ଜିଲ୍ଲାରେ ସାମାନ୍ଯ କୁହୁଡ଼ି ଦେଖିବାକୁ ମିଳିବ। ସେହିପରି ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ଗଂଜାମ, ଗଜପତି, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ ଓ ସୁନ୍ଦରଗଡ଼ରେ ଘନକୁହୁଡ଼ିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

 

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗତ ୨୪ ଘଂଟାରେ ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୧.୪ ଡିଗ୍ରୀ ରେକର୍ଡ କରିଥିବା ବେଳେ ପାହାଡ଼ିଆ ଅଂଚଳରେ ସର୍ବନିମ୍ନ ତାପମାତ୍ରା ଦାରିଙ୍ଗିବାଡ଼ିରେ ୧୧.୫ ରହିଥିବା ବେଳେ ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ  ୩୧.୮  ଡିଗ୍ରୀ  ରେକର୍ଡ  କରାଯାଇଛି।

Comments are closed.