Latest Odisha News

BREAKING NEWS

ଝାରସୁଗୁଡ଼ା ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ

ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ପରେ ଶପଥ ନେଲେ ଦୀପାଳି ଦାସ ।  ବିଧାନସଭାରେ ଶପଥ ପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ଝାରସୁଗୁଡା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବେ ଦୀପାଳି ।

ଦୀପାଳିଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ମା ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଲେ ଦିପାଳି । ଶପଥ ଗ୍ରହଣ ଉତ୍ସବରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ରୀତା ସାହୁ ମଧ୍ୟ ଉପସ୍ଥିତ ଥିଲେ ।

ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ଏବଂ ଆଶୀର୍ବାଦ ନେଇଥିଲେ ଦୀପାଳି । ଝାରସୁଗୁଡ଼ାର ବିକାଶ ପାଇଁ ଦୀପାଳିଙ୍କୁ ନବୀନ ପଟ୍ଟନାୟକ ପରାମର୍ଶ ଦେଇଥିଲେ । ଦୀପାଳି କହିଛନ୍ତି ଏ ବିଜୟ ଝାରସୁଗୁଡାବାସୀଙ୍କର ଓ ମୁଖ୍ୟମନ୍ତ୍ରୀଙ୍କର । ବାପାଙ୍କ ଦ୍ବାରା କରାଯାଇଥିବା ବିକାଶ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ ସ୍ବପ୍ନ ସାକାର କରିବେ ବୋଲି ଦୀପାଳି କହିଛନ୍ତି । ଏଥିସହ ତାଙ୍କ ବାପା ସମୃଦ୍ଧ ଝାରସୁଗୁଡ଼ା ଲାଗି ଯେଉଁ ସ୍ୱପ୍ନ ଦେଖିଥିଲେ ତାକୁ ସେ ପୁରା କରିବା ଲାଗି ସେ ଚେଷ୍ଟା କରିବେ ବୋଲି ସେ କହିଛନ୍ତି ।

 

Leave A Reply

Your email address will not be published.