ଭୁବନେଶ୍ୱର: ରାଜ୍ୟରେ ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ । ଏହାଦ୍ୱାରା ନବଗଠିତ ୧୫୪୨ଟି ସଂସ୍ଥାକୁ ମିଳିବ ୭୬ କୋଟି ୮୦ ଲକ୍ଷ ଟଙ୍କା । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁରୀ ପ୍ରଦାନ କରିଛନ୍ତି ।
ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ ହେବା ସହିତ ଚାଷୀଭାଇମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (ପିଏସିଏସ) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (ଏଲଏଏମପିସିଏସ) ଗଠନ କରଯାଇଛି । ଏହା ମଧ୍ୟରେ ୧୫୪୨ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି ।
ଏହି ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ନିଷ୍ପତ୍ତି ନେଇଛନ୍ତି ।
Comments are closed.