ଭୁବନେଶ୍ୱର: ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ । ବର୍ତ୍ତମାନ ୧୦ ଜିଲ୍ଲାରେ ରାତି ୧୦ରୁ ସକାଳ ୫ଟା ଯାଏ ଏନଫୋର୍ସମେଣ୍ଟ ଅଧିକ କଡ଼ାକଡ଼ି କରାଯାଉଛି । ପଡୋଶୀ ଛତିଶଗଡ଼ରୁ ସୀମାବର୍ତ୍ତି ଜିଲ୍ଲାକୁ ଆସୁଥିବା ଲୋକଙ୍କ ବାବଦାରେ ଅନୁଧ୍ୟାନ କରାଯାଉଛି । ଏନେଇ ଜିଲ୍ଲାପାଳ ଓ ପୋଲିସ ପ୍ରଶାସନକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦେଶ ଦିଆଯାଇଛି । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବରିଷ୍ଠ ଅଧିକାରୀମାନେ ପଶ୍ଚିମ ଓଡ଼ିଶା ଗସ୍ତ କରୁଛନ୍ତି ।

ସେପଟେ ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ନାଇଟ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ । ରାତିରେ କ୍ଳବ ଓ ପାର୍ଟିରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ କର୍ଫ୍ୟୁର ଆବଶ୍ୟକତା ରହିଛି । ବର୍ତ୍ତମାନ ଭାଇରସ ପୂର୍ବ ଅପେକ୍ଷା ଅଧିକ ସଂକ୍ରମିତ କରୁଛି । ଛତିଶଗଡ଼ ସୀମାବର୍ତ୍ତୀ ଜିଲ୍ଲାର ଲୋକମାନେ ଯାତାୟାତ ଅଧିକ କରୁଥିବାରୁ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଏବେ ଅଧିକ ସତର୍କ ଓ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ଡିଏମଇଟି ।
BREAKING NEWS
- US Places 10 Million Dollar Bounty on Iran Leaders: ଇରାନୀ ନେତାଙ୍କ ଉପରେ ୧୦ ନିୟୁତ ଡଲାର ପୁରସ୍କାର ରଖିଲା ଆମେରିକା, ଅଛି ମୋଜତାବା ଖାମେନେଇଙ୍କ ନାଁ
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
Comments are closed.