ଭୁବନେଶ୍ୱର: ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ । ବର୍ତ୍ତମାନ ୧୦ ଜିଲ୍ଲାରେ ରାତି ୧୦ରୁ ସକାଳ ୫ଟା ଯାଏ ଏନଫୋର୍ସମେଣ୍ଟ ଅଧିକ କଡ଼ାକଡ଼ି କରାଯାଉଛି । ପଡୋଶୀ ଛତିଶଗଡ଼ରୁ ସୀମାବର୍ତ୍ତି ଜିଲ୍ଲାକୁ ଆସୁଥିବା ଲୋକଙ୍କ ବାବଦାରେ ଅନୁଧ୍ୟାନ କରାଯାଉଛି । ଏନେଇ ଜିଲ୍ଲାପାଳ ଓ ପୋଲିସ ପ୍ରଶାସନକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦେଶ ଦିଆଯାଇଛି । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବରିଷ୍ଠ ଅଧିକାରୀମାନେ ପଶ୍ଚିମ ଓଡ଼ିଶା ଗସ୍ତ କରୁଛନ୍ତି ।

ସେପଟେ ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ନାଇଟ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ । ରାତିରେ କ୍ଳବ ଓ ପାର୍ଟିରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ କର୍ଫ୍ୟୁର ଆବଶ୍ୟକତା ରହିଛି । ବର୍ତ୍ତମାନ ଭାଇରସ ପୂର୍ବ ଅପେକ୍ଷା ଅଧିକ ସଂକ୍ରମିତ କରୁଛି । ଛତିଶଗଡ଼ ସୀମାବର୍ତ୍ତୀ ଜିଲ୍ଲାର ଲୋକମାନେ ଯାତାୟାତ ଅଧିକ କରୁଥିବାରୁ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଏବେ ଅଧିକ ସତର୍କ ଓ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ଡିଏମଇଟି ।
BREAKING NEWS
- ‘ଭିବି ଜି ରାମ ଜି’ ବିଲ୍ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ
- ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍ମା ଲାଗୁ କଲେ
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
Comments are closed.