Latest Odisha News

BREAKING NEWS

ପୁଣି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ବଢ଼ିବ ଶୀତ, ଖସିବ ପାରଦ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ କମିଥିବା ଶୀତ ଏବେ ପୁଣି ବଢ଼ିବ । ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏବେ ଅବପାତ ସକ୍ରିୟ ରହିଛି । ଅବପାତର ସିଧା ପ୍ରଭାବ ଓଡ଼ିଶା ଉପରେ ନଥିବା ବେଳେ ବାହ୍ୟ ବଳୟରେ ଥିବା ମେଘ ଖଣ୍ଡ ପ୍ରଭାବରେ କିଛି ଜିଲ୍ଲାରେ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ସେହିଭଳି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୩ ତାରିଖରୁ ସାରା ରାଜ୍ୟରେ ପାଗ ଶୁଖିଲା ରହିବ । ସୋମବାର କନ୍ଧମାଳର ଘୁ.ଉଦୟଗିରିରେ ସର୍ବନିମ୍ନ ରାତି ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି ।

Leave A Reply

Your email address will not be published.