Latest Odisha News

BREAKING NEWS

ରାଜ୍ୟକୁ ଘାରିଛି କରୋନା ଭୟ: ନବମ, ଏକାଦଶ ପିଲାଙ୍କ କ୍ଲାସ୍ ବାତିଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମଣକୁ କିଛି ମାତ୍ରାରେ ହ୍ରାସ କରିବାକୁ ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ଆଜି ଏକ ବଡ଼ ନିଷ୍ପତ୍ତି ନେଇଛି । ୮ ତାରିଖରୁ ରାଜ୍ୟରେ ନବମ ଓ ଏକା‌ଦଶ ଶ୍ରେଣୀ କ୍ଲାସ୍‌ ଏପ୍ରିଲ୍ ୩୦ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି । ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ପାଇଁ ଏହା ଲାଗୁ ହେବ ।
ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀ ତୁରନ୍ତ ହଷ୍ଟେଲ ଛାଡ଼ି ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ୧୦ମ ଓ ଦ୍ବାଦଶ ଶ୍ରେଣୀ ପିଲାଙ୍କ ପରୀକ୍ଷା ଥିବାରୁ କ୍ଲାସ୍ ବନ୍ଦ କରାଯାଇନାହିଁ । ଏପ୍ରିଲ ୨୫ ଯାଏଁ ସେମାନଙ୍କ କ୍ଳାସ୍ ଚାଲିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି । ରାଜ୍ୟରେ କରୋନା ଗ୍ରାଫ୍ ବୃଦ୍ଧି ପାଇଥିବା ବେଳେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ସଂକ୍ରମିତ ହେଉଛନ୍ତି । ଏପ୍ରିଲ୍ ୩୦ ତାରିଖ ପରେ ପରିସ୍ଥିତିକୁ ଦେଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ।
ସୂଚନାଯୋଗ୍ୟ, ଗତ ଫେବ୍ରୁଆରି ୮ ତାରିଖରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିଥିଲା । ଏହା ପୂର୍ବରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ଜାନୁଆରି ଠାରୁ ସ୍କୁଲରେ ପାଠପଢ଼ା ଆରମ୍ଭ ହୋଇଥିଲା । କରୋନା କଟକଣାରେ ସ୍କୁଲ ଖୋଲିଥିବାରୁ ରାଜ୍ୟ ସରକାର ସ୍ବତନ୍ତ୍ର ଭାବେ ମାର୍ଗଦର୍ଶିକା ଜାରି କରିଥିଲେ ।
Leave A Reply

Your email address will not be published.