Latest Odisha News

BREAKING NEWS

୨୨ ତାରିଖ ସନ୍ଧ୍ୟା ୬ ରୁ ୬.୧୫ ମି. ପର୍ଯ୍ୟନ୍ତ ବିଦ୍ୟୁତ୍ ବ୍ୟବହାର ନକରିବା ପାଇଁ ରାଜ୍ୟବାସୀଙ୍କୁ ପିସିସି ସଭାପତିଙ୍କ ଅନୁରୋଧ

ଭୁବନେଶ୍ୱର: ବିଦ୍ୟୁତ୍ ଉତ୍ପାଦନ ପାଇଁ ଆବଶ୍ୟକ ଥିବା ଜଳ, କୋଇଲା ଯଥେଷ୍ଟ ପରିମାଣରେ ସୂର୍ଯ୍ୟକିରଣ ଓ କୁଣ୍ଡା ଉପଲବ୍ଧ ଅଛି । ତେଣୁ ଆମ ରାଜ୍ୟରେ ସବୁଠାରୁ ବିଦ୍ୟୁତ୍ ଉତ୍ପାଦନ ଖର୍ଚ୍ଚ କମ୍ ହେବା କଥା । କିନ୍ତୁ ଯାହା ଉତ୍ପାଦନ ହେଉଛି ୩୫ ପ୍ରତିଶତ ବ୍ୟବସାୟିକ ଏବଂ ବୈଷିୟକ କ୍ଷତି ହେଉଛି । ଏହା ଅନ୍ୟାନ୍ୟ କେତେକ ରାଜ୍ୟରେ ବହୁତ କମ୍ କ୍ଷତି ହେଉଛି ବୋଲି ଦର୍ଶାଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ।

ଏପରିକି ଦିଲ୍ଲୀରେ ଶତକଡ଼ା ୮ ପ୍ରତିଶତ କ୍ଷତି ହେଉଛି । ଓଡ଼ିଶାରେ ବେଶି କ୍ଷତିର କାରଣ ଆମ ସରକାର ଓ ବୈଦ୍ୟୁତିକ ବିତରଣ ସଂସ୍ଥାର ଅପାରଗତା । ସଂସ୍କାର ଆଣିବା ପାଇଁ ବିଶ୍ୱବ୍ୟାଙ୍କ ଠାରୁ ସହାୟତା ଆଣି ଓଡ଼ିଶାରେ କାର୍ଯ୍ୟ ଆରମ୍ଭ କରାଯାଇଥିଲା । ୨୦୦୦ ମସିହାରେ ଏହାକୁ ବନ୍ଦ କରିଦିଆଯାଇଥିବା ସେ କହିଛନ୍ତି ।

ଅପରାଗତା ପାଇଁ ୩୫ ପ୍ରତିଶତ କ୍ଷତି ହୋଇଛି । ବିଦ୍ୟୁତ ବିତରଣକାରୀ କମ୍ପାନୀ ଗୁଡ଼ିକୁ ଲାଭ ହେବା ପାଇଁ ବିଦ୍ୟୁତ ଦର ବଢ଼ାଇ ଉପଭୋକ୍ତାଙ୍କ ଉପରେ ଲଦି ଦିଆଯାଉଛି । ଯେଉଁଥିପାଇଁ ୨୦ ପଇସା ବିଦ୍ୟୁତ ଦର ବଢ଼ାଇ ଦିଆଯାଇଛି । ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦ ପାଇଁ ସବୁ ରାଜନୈତିକ ଦଳ ମିଶି ଆସନ୍ତା ୨୨ ଅକ୍ଟୋବର ଗୁରୁବାର ଦିନ ସନ୍ଧ୍ୟା ୬ଘଟିକାରୁ ୬.୧୫ ମି. ପର୍ଯ୍ୟନ୍ତ ବିଦ୍ୟୁତ୍ ବ୍ୟବହାର ବନ୍ଦ କରିବା ପାଇଁ ନେଇଥିବା ନିଷ୍ପତିକୁ କଂଗ୍ରେସ ଦଳ ସମର୍ଥନ କରିଛି ।

ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦର ସ୍ୱର ସରକାରଙ୍କ ପାଖରେ ପହଂଚାଇବା ପାଇଁ ୧୫ ମିନିଟ୍ ସ୍ୱଇଚ୍ଛାରେ ବିଦ୍ୟୁତ କାଟ କରିବାକୁ ଓଡ଼ିଶାବାସୀଙ୍କୁ ନିବେଦନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ।

 

Leave A Reply

Your email address will not be published.