Latest Odisha News

ନିଶ୍ଚିନ୍ତୋଇଲି ସଡ଼କ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା

ଭୁବନେଶ୍ବର: ଆଜି କଟକ ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ    ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ  ପରିବାର ବର୍ଗଙ୍କୁ  ଗଭୀର  ସମବେଦନା   ଜଣାଇଛନ୍ତି ।  ଏଥିସହ ମୃତକଙ୍କ  ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ  ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହି ଦୁର୍ଘଟଣାରେ ନଅ ଜଣ ଗୁରୁତର ଆହତ  ହୋଇଛନ୍ତି । ଆହତ ବ୍ୟକ୍ତି ମାନଙ୍କୁ  କଟକ  SCB ମେଡିକାଲ କଲେଜରେ ଭର୍ତ୍ତି  କରାଯାଇଛି । ସେମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁସାରେ, ଆଜି ସକାଳେ କଟକ ନିଶ୍ଚିନ୍ତକୋଇଲି କଟରପଡ଼ା ଛକ ନିକଟରେ ଏକ ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ବସ୍ ରେ ଫସି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଚିକିତ୍ସଧୀନ ଅବସ୍ଥାରେ ଡାକ୍ତରଖାନାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.