Latest Odisha News

ନୀତି ସବ୍ କମିଟି ବୈଠକ: ଧନୁ ସଂକ୍ରାନ୍ତିରେ ଦେବାଭିଷେକ ନୀତି ନିର୍ଘଣ୍ଟକୁ ଚୂଡାନ୍ତ

ପୁରୀ: ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ନୀତି ସବ୍ କମିଟି ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଆସନ୍ତା ୧୬ ରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ସହ ୧୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଧନୁ ସଂକ୍ରାନ୍ତି ଓ ଏଥିସହ ଜାନୁୟାରୀ ୨୫ ତାରିଖରେ ହେବାକୁ ଥିବା ଦେବାଭିଷେକ ନୀତି ସମ୍ପର୍କରେ ଆଲୋଚନା କରାଯାଇ ନୀତି ନିର୍ଘଣ୍ଟକୁ ଚୂଡାନ୍ତ ହୋଇଛି ।

ତେବେ ପହିଲି ଭୋଗ ଆରମ୍ଭ ହେବା ଦିନ ଠାରୁ ରାତି ୨ ଟାରେ ସିଂହଦ୍ଵାର ଫିଟାଯାଇ ଭୋର ୫ ଟା ୨୦ରୁ ୬ ଟା ମଧ୍ୟରେ ପହିଲି ଭୋଗ ନୀତି ସମ୍ପର୍ଣ୍ଣ ହେବ । ତେବେ ପହିଲି ଭୋଗ ନୀତି ଚାଲିବା ସମୟରେ ନୂଆବର୍ଷ ପୂର୍ବଦିନ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଆବଶ୍ୟକ ପଡିଲେ ରାତ୍ର ପହୁଡ ହେବନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି। ସେପଟେ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ଜାନୁଆରୀ ୧ ତାରିଖରେ ଦିବା ପହୁଡ ହେବନାହିଁ ବୋଲି ମଧ୍ୟ ମୁଖ୍ୟ ପ୍ରଶାସକ କହିଛନ୍ତି ।

ଆଜି ବୈଠକରେ ଚୂଡାନ୍ତ ନୀତି ନିର୍ଘଣ୍ଟକୁ ଆସନ୍ତା ୧୧ ତାରିଖରେ ହେବାକୁ ଥିବା ଛତିଶାନିଯୋଗ ବୈଠକରେ ଅନୁମୋଦନ କରାଯିବା ପରେ ପରିଚାଳନା କମିଟିରେ ମୋହର ମରାଯିବ । ତେଵେ ଆଜିର ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅଧକ୍ଷତା କରିଥିବା ବେଳେ ଶ୍ରୀମନ୍ଦିର ନୀତି ପ୍ରଶାସକ, ଜିଲ୍ଲାପାଳ, ପରିଚାଳନା କମିଟିର ସଦସ୍ୟ, ନୀତି ସବକମିଟି ସଦସ୍ୟ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Comments are closed.