Latest Odisha News

BREAKING NEWS

ହେବନି ବାତ୍ୟା: IMD

ଭୁବନେଶ୍ୱର: ଅବପାତରେ ପରିଣତ ହୋଇଛି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆଜିଠାରୁ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ହେଲେ ଏହି ଅବପାତ ବାତ୍ୟାରେ ପରିଣତ ହେବ ନାହିଁ । ବାତ୍ୟା ଭୟ ନଥିବା ନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଆଇଏମ୍‌ଡି ସୂଚନା ଅନୁଯାୟୀ, ପ୍ରବଳ ବର୍ଷା ଯୋଗୁ ଗ୍ରାମାଞ୍ଚଳର ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି। ପୌରାଞ୍ଚଳରେ ମଧ୍ୟ ଡ୍ରେନେଜକୁ ନେଇ ସମସ୍ୟା ଦେଖା ଦେଇପାରେ। ବିଶେଷକରି ସମୁଦ୍ରକୁ ଲାଗିଥିବା ଅଞ୍ଚଳ ବେଶି ପ୍ରଭାବିତ ହେବ।

ସମୁଦ୍ରରେ ଏହାର ପ୍ରଭାବ ଅଧିକ ଅନୁଭୂତ ହେବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଓଡ଼ିଶାର ସବୁ ବନ୍ଦରକୁ ୩ ନଂ ସତର୍କ ସଂକେତ ଜାରି କରାଯାଇଛି।

Leave A Reply

Your email address will not be published.