Latest Odisha News

ଶ୍ରୀଜଗନ୍ନାଥ ମନ୍ଦିରରେ ୪ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦିନ ହେବାକୁ ଥିବା ମହାପ୍ରଭୁଙ୍କ ‘ପଇତାଲାଗି’ ନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ।

ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ‘ପଇତାଲାଗି’ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।

ଏହି ସମୟ ମଧ୍ୟରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ । ଏହି ସମୟରେ ଦଇତାପତି ସେବକମାନେ ଶ୍ରୀଜୀଉଙ୍କ ପୂଜା କରିବାକୁ ଥିବାବେଳେ ଭକ୍ତମାନଙ୍କୁ କିଛି ସମୟ ଲାଗି ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.