Latest Odisha News

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ।

ଏହି ଗୁପ୍ତସେବା ନୀତି ପାଇଁ ଦୀର୍ଘ ୫ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଆସନ୍ତା କାଲି ଅର୍ଥାତ୍ ବୁଧବାର ଅପରାହ୍ନ ୫ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ସମ୍ପନ୍ନ ପରେ ପୁନର୍ବାର ମହାପ୍ରଭୁଙ୍କର ଦର୍ଶନ ଆରମ୍ଭ ହେବ।

 

 

Leave A Reply

Your email address will not be published.