Latest Odisha News

ଜାନୁଆରୀ ୨୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର: ଆଗାମୀ ଜାନୁଆରୀ ୨୦ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ତେବେ ଆଗାମୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।

Comments are closed.