ଭୁବନେଶ୍ବର: ଜାନୁଆରୀ ୨୭ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ୨୭ ତାରିଖରେ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ ।
ତେବେ ଆଗାମୀ ଅଭିଯୋଗ ଶୁଣାଣିର ତାରିଖ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Comments are closed.