Latest Odisha News

BREAKING NEWS

ଆଉ ୫ ଦିନ କାଳବୈଶାଖୀ, ଏବେ ତାତି ଓ ଗୁଳୁଗୁଳିରୁ ମିଳିବନି ଆଶ୍ୱସ୍ତି

ଭୁବନେଶ୍ୱର: ତାତିରୁ ମିଳିବନି ତ୍ରାହି । ଲାଗି ରହିବ କାଳବୈଶାଖୀ । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ସହ କାଳବୈଶାଖୀ ଅନୁଭୂତ ହେବ । କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ସେହିଭଳି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଲାଗି ରହିବ ।

ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ବହିପାରେ । ଏନେଇ ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

୨୫ ତାରିଖରେ କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଆଲର୍ଟ ଦିଆଯାଇଥିବା ବେଳେ ୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୨୭ ତାରିଖରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ସୁନ୍ଦରଗଡ଼, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆଗାମୀ ୫ ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ରାଜ୍ୟର କେତକ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବ । ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ଅସହ୍ଯ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାକୁ ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ସହ ଗୁଳୁଗୁଳି ଅନୁଭୂତ ହେବ ।

Leave A Reply

Your email address will not be published.