Latest Odisha News

BREAKING NEWS

ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଦାଖଲର ଶେଷ ଦିନ ଆଜି

ଭୁବନେଶ୍ୱର : ଓଡିଶାରେ ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନ ପତ୍ର ଦାଖଲର ଅନ୍ତିମ ତାରିଖ ଆଜି ଶେଷ ହେଉଛି।

ମାର୍ଚ୍ଚ ୧୮ ତାରିଖରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇ ମାର୍ଚ୍ଚ ୨୫ ତାରିଖରେ ସମାପ୍ତ ହେବ ବୋଲି ପୂର୍ବରୁ ଭାରତ ନିର୍ବାଚନ ଆୟୋଗ (ଇସିଆଇ) ଘୋଷଣା କରିଥିଲେ ।

ଏହାବ୍ୟତିତ ମାର୍ଚ୍ଚ ୨୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଆଶାୟୀ ପ୍ରାର୍ଥୀ ଚାହିଁଲେ ମାର୍ଚ୍ଚ ୨୭ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ । ଏଥିସହିତ ଏପ୍ରିଲ ୧୧ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ।

ସୂଚନାଯୋଗ୍ୟ ଭାରତ ନିର୍ବାଚନ ଆୟୋଗର ଘୋଷଣା ଅନୁଯାୟୀ ଏପ୍ରିଲ ୧୧ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୨୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୧ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। ସେହି ଦିନ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ମଧ୍ୟ ଭୋଟ ଗ୍ରହଣ କରାଯିବ।

Leave A Reply

Your email address will not be published.