Latest Odisha News

BREAKING NEWS

ବର୍ଷା ସୂଚନା: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ସତର୍କ ସୂଚନା ଦିଆଯାଇ କୁହାଯାଇଛି, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ କାଳବୈଶାଖୀ ଆଶଙ୍କା ରହିଛି । ଏହାଫଳରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ଏବଂ ପବନ ଅନୁଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ପ୍ରଦାନ କରାଯିବା ସହିତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବୃଷ୍ଟିପାତ ହେବାର ସମ୍ଭାବନା ରହିଥିବାର ଜଣାଇଛନ୍ତି ।

ଏହାର ପ୍ରଭାବରେ କେତେକ ସ୍ଥାନରେ ସାମାନ୍ୟ ଓ ମଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ମଧ୍ୟ ରହିଛି । ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଥିବା ସହିତ ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାର କେତେକାଂଶରେ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି ।

ଏହିସବୁ ସ୍ଥାନମାନଙ୍କରେ ଏହି ସମୟରେ ନିରାପଦ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.