Latest Odisha News

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ବିଷ୍ଣୁଚରଣ ରାଉତ

ଭୁବନେଶ୍ୱର:ପରଲୋକରେ ବିଶିଷ୍ଟ ଶିକ୍ଷାବିତ ତଥା ରାଜନୀତି ବିଜ୍ଞାନର ପ୍ରଫେସର ବିଷ୍ଣୁଚରଣ ରାଉତ । ଗତକାଲି ରାତିରେ ଭୁବନେଶ୍ୱର ଲୁଇସ୍ ରୋଡ୍ ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ବିଷ୍ଣୁଚରଣ ରାଉତ । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । କିଛି ଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପିଡୀତ ଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

୧୯୩୭ ମସିହାରେ ସେ ଜଗତସିଂହପୁର ଜିଲ୍ଲାର ହଳଦିଆ ପଡା ସ୍ଥିତ ମଧ୍ୟଶାସନ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଜଣେ ଅତ୍ୟନ୍ତ ଛାତ୍ରବତ୍ସଳ ଶିକ୍ଷକ ଥିଲେ ବିଷ୍ଣୁଚରଣ ରାଉତ । ଦୀର୍ଘ ୬୦ ବର୍ଷ ଧରି ରାଜନୀତି ବିଜ୍ଞାନରେ ଅନେକ ପାଠ୍ୟ ପୁସ୍ତକ ରଚନା କରିଛନ୍ତି ।

Leave A Reply

Your email address will not be published.