Latest Odisha News

BREAKING NEWS

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ଦେଶରେ ଷଷ୍ଠ ତଥା ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ। ଆସନ୍ତା ମେ ୨୫ ତାରିଖରେ ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୬ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ମତଦାନ ହେବ। ଆଜି ବିଜ୍ଞପ୍ତି ଜାରି ହେବା ପରେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ। ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଓ ଏହା ଅଧିନରେ ଆସୁଥିବା ୪୨ଟି ବିଧାନସଭା ଆସନ ପାଇଁ ଭୋଟ ପ୍ରକ୍ରିୟା ଆରମ୍ଭ ହେବ।

ଏହି ନାମାଙ୍କନ ପ୍ରକ୍ରିୟା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ୯ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବ। ଏହି ୬ଟି ଲୋକସଭା ଆସନ ଅନ୍ତର୍ଗତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ ୯୪ ଲକ୍ଷ ୪୧ ହଜାର ୭୧୭ ଜଣ ଭୋଟର ରହିଛନ୍ତି। ଏମାନଙ୍କ ମଧ୍ୟରୁ ୪୮,୨୬,୩୭୫ ଜଣ ପୁରୁଷ ଓ ୪୬୧୪୧୩୪ ଜଣ ମହିଳା ଭୋଟର ରହିଛନ୍ତି। ୧୨୮୮ ଜଣ କିନ୍ନର ଭୋଟର ରହିଛନ୍ତି। ଗତ ୨୬ ତାରିଖରୁ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ଆଗାମୀ ୩ ତାରିଖରେ ଶେଷ ହେବ।

Leave A Reply

Your email address will not be published.