ଭୁବନେଶ୍ୱର: ବିଏଡ୍ ନାମ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ମାର୍ଚ୍ଚ ୨୪ ତାରିଖ ଠାରୁ କମନ୍ ଆପଲିକେସନ ଫର୍ମ (ସିଏଏଫ) ପୂରଣ ପ୍ରକିୟା ଆରମ୍ଭ ହେବ ।
୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ମଧ୍ୟ ବିଗତ ବର୍ଷ ପରି ଦୁଇ ବର୍ଷିଆ ବି.ଏଡ଼/ଏମ.ଏଡ଼/ ବି.ଏଚ୍.ଏଡ଼୍ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ । ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ ।
ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ସୂଚନା ରହିଛି ।
ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।