Latest Odisha News

BREAKING NEWS

ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ ।

ଜୁନ୍‌ ୧ରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ । ଗତକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ ଥିଲା।

Leave A Reply

Your email address will not be published.