ଭୁବନେଶ୍ୱର: ରାଜ୍ୟର ୮୦ ବର୍ଷରୁ ଅଧିକ ବୃଦ୍ଧ ଓ ବୃଦ୍ଧାଙ୍କୁ ୩୫୦୦ ଟଙ୍କା ଭତ୍ତା ମିଳିବ । ଏହା ସହିତ ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମଧ୍ୟ ମାସିକ ଭତ୍ତା ୩୫୦୦ ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ପୂର୍ବରୁ ଏହି ଭତ୍ତା ୧୨୦୦ ଟଙ୍କା ଥିବା ବେଳେ ଏବେ ଏହାକୁ ବୃଦ୍ଧି କରାଯାଇଛି । ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହାର ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି ।
ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ପ୍ରଦାନ କରିଛନ୍ତି ।
ଏହା ସହିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଆଜି ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ ୫ ବର୍ଷ ପାଇଁ ଅନୁମୋଦନ ମିଳିଛି । ଏହି ୫ ବର୍ଷରେ ୭୫୦ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର ।
ସେହିପରି ସୁଭଦ୍ରା ଯୋଜନାକୁ ନେଇ କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି ନିଆଯାଇଛି । ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିଲେ ହିତାଧିକାରୀମାନଙ୍କୁ ୨ କିସ୍ତି ଏକାଥରକେ ଅର୍ଥାତ୍ ୧୦ ହଜାର ଟଙ୍କା ମିଳିବ । ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ୨୫ ହଜାର ସବ୍ସିଡି ଶକ୍ତି ବିଭାଗ ଦେବ ବୋଲି ଜଣାପଡ଼ିଛି ।
Comments are closed.