Latest Odisha News

BREAKING NEWS

ନବରଙ୍ଗପୁରରେ ‘ନୂଆ-ଓ ‘କାର୍ଯ୍ୟକ୍ରମ, ଭିଡିଓ କନଫରେନ୍ସିଂରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର: ନବରଙ୍ଗପୁର ଠାରେ ନୂଆ-ଓ ଫେଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମଣ୍ଡେଇ ପଡିଆ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣେଇଥିଲେ । ଏଥିସହ ନୂଆ ଓଡ଼ିଶା ଗଠନରେ ଭାଗିଦାର ହେବାପାଇଁ ଛାତ୍ରଛାତ୍ରୀଙ୍କୁ କହିବା ସହ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ ।

ମୁଖ୍ୟଅତିଥି ଭାବେ ଆଦିବାସୀ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପଦେଷ୍ଟା ପ୍ରଦୀପ ମାଝୀ, ନବରଙ୍ଗପୁର ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଉପେନ୍ଦ୍ର ଗଣ୍ଡ, ନବରଙ୍ଗପୁର ସାଂସଦ ରମେଶ ମାଝୀଙ୍କ ସହ ଡାବୁଗାଁ ବିଧାୟକ, ଝରୀଗାଁ ବିଧାୟକ ଏବଂ ନବରଙ୍ଗପୁର ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସ୍କୁଲ ଓ କଲେଜର ପ୍ରାୟ ୧୦ ହଜାରରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଏହି ସମାବେଶରେ ଯୋଗଦେଇଥିଲେ । ଏହି ନୂଆ-ଓ କାର୍ଯ୍ୟକ୍ରମରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାସହ ଓଡ଼ିଶାର ନାମୀଦାମୀ କଳାକାର ମାନଙ୍କ ଦ୍ୱାରା ସଙ୍ଗୀତ ପରିବେଷଣ କରାଯାଇଥିଲା ।

ସ୍ଥାନୀୟ ସ୍କୁଲ ପିଲାଙ୍କ ଦ୍ୱାରା ନୃତ୍ୟକଳା ପରିବେଷଣ କରାଯାଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟଅତିଥି ମାନେ ପୁରସ୍କୃତ କରିଥିଲେ। ଏହିଭଳି ଏକ କାର୍ଯ୍ୟକ୍ରମ ଦ୍ୱାରା ଛାତ୍ରଛାତ୍ରୀ ମାନେ କ୍ରୀଡା ଓ ସଂସ୍କୃତି କ୍ଷେତ୍ରରେ ଆଗକୁ ବଢ଼ିପାରିବେ ବୋଲି କହିବା ସହ ସମଗ୍ର ଓଡ଼ିଶାରେ ଏଭଳି ସୁନ୍ଦର କଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି ମନ୍ତ୍ରୀ ସୁଦାମ ମାରାଣ୍ଡି ଏବଂ ନବରଙ୍ଗପୁର ସାଂସଦ ରମେଶ ମାଝୀ । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଯୁବ ଓ ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମର ଖୁବ ମଜା ନେଇଥିଲେ ।

Leave A Reply

Your email address will not be published.