Latest Odisha News

BREAKING NEWS

ଭାରତରେ ବଢୁଛି କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୨୫୮ରେ ପହଞ୍ଚିଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଆହୁରି ମଧ୍ୟ ସମସ୍ତ ୨୫୮ ଆକ୍ରାନ୍ତଙ୍କ ମଧ୍ୟରେ ୨୧୯ ଭାରତୀୟ ଏବଂ ୩୯ ଜଣ ବିଦେଶୀ ନାଗରିକ ରହିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ସ୍କୁଲ, କଲେଜ ବନ୍ଦ କରାଯିବା ସହ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଥିବା ନେଇ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ, ନିକଟ ଅତୀତରେ ଦେଶରେ କୋଭିଡ -୧୯ରେ ସଂକ୍ରମିତ ହୋଇଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରୁ ଏଯାବତ୍ ମାତ୍ର ୪ ଜଣ ପ୍ରାଣ ହରାଇଛନ୍ତି।

ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୦୦ରୁ ଅଧିକ ଦେଶକୁ ମଧ୍ୟ କୋରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.