Latest Odisha News

BREAKING NEWS

ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ

ଭୁବନେଶ୍ୱର: “ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ-୨୦୨୧” ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସାମଗ୍ରିକ ସାହିତ୍ୟ କୃତି, ଓଡ଼ିଆ ଭାଷା ପ୍ରତି ରହିଥିବା ଅବଦାନ ତଥା ଗବେଷଣାକୁ ବିଚାରକୁ ନେଇ ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ “ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ-୨୦୨୧” ପାଇଁ ମନୋନୀତ କରାଯାଇଛି । ଜାନୁଆରୀ ୧୪ ତାରିଖ ଦିନ ବ୍ୟାସକବି ଫକୀର ମୋହନଙ୍କ ଜୟନ୍ତୀ ଅବସରରେ ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ । ଏହା ସହ ୫ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ ।

Leave A Reply

Your email address will not be published.