ଭୁବନେଶ୍ୱର: ଭୁବନେଶ୍ୱର ମହିଳା ଥାନାରେ ହାଜର ହେଲେ OAS ସାର୍ଥକ ସୌରଭ ମହାପାତ୍ର। ଦୁଇ ଦିନ ତଳେ ଓଏଏସ୍ ବାବୁଙ୍କ ପତ୍ନୀ ମହିଳା ଥାନାରେ ଏତଲା ଦେଇଥିଲେ। ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହେଲେ। ସ୍ବାମୀଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ପତ୍ନୀ। ହସ୍ପିଟାଲରେ ନବଜାତ ପୁଅ ଓ ପତ୍ନୀଙ୍କୁ ଛାଡ଼ି ଚାଲି ଆସିଥିବା ଅଭିଯୋଗ କରିଛନ୍ତି।
ଏନେଇ ମହିଳା ଥାନା ମାମଲା ରୁଜୁ କରି ନୋଟିସ୍ ପଠାଇବା ପରେ ଆଜି ଥାନାରେ ହୋଇଛନ୍ତି ଓଏଏସ୍ ବାବୁ। ଅଭିଯୋଗ ଘଟଣାରେ ତାଙ୍କୁ ପଚରାଉଚରା ଚାଲିଛି। ତାଙ୍କ ନାଁରେ ପତ୍ନୀ ଆଣିଛନ୍ତି ସାଂଘାତିକ ଅଭିଯୋଗ। ସ୍ତ୍ରୀ ଓ ନବଜାତ ଶିଶୁ ପ୍ରତି ନିଷ୍ଠୁରତା, ଦାୟିତ୍ୱହୀନତା, ଇଛାକୃତ ଭାବରେ ପରିତ୍ୟାଗ କରିବା ଓ ମାନସିକ ନିର୍ଯାତନା ଦେବା ଅଭିଯୋଗ କରିଛନ୍ତି ।
ଅଭିଯୋଗକାରିଣୀ ଅର୍ଚ୍ଚନା ଦାସ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବରେ କାର୍ଯ୍ୟରତ ଅଛନ୍ତି । ଶାଶୁ ଓ ନଣନ୍ଦଙ୍କ ନାଁରେ ମଧ୍ୟ ନିର୍ଯାତନା ଅଭିଯୋଗ ଆଣିଛନ୍ତି ଅର୍ଚ୍ଚନା । ପୁଅ ଜନ୍ମ ପରେ ହସ୍ପିଟାଲ ବେଡରେ ସେମାନଙ୍କୁ ଛାଡ଼ି ପଳାଇଥିବା ଅଭିଯୋଗ କରିଥିଲେ ପତ୍ନୀ । ଏନେଇ ସେ ଭୁବନେଶ୍ବର ମହିଳା ଥାନାର ଦ୍ୱାରସ୍ଥ ହୋଇଥିଲେ ।
Comments are closed.