ଭୁବନେଶ୍ୱର: ନବ ନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଜଭବନର ଅଭିଷେକ ହଲ୍ ଠାରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତଭାବେ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ପବିତ୍ର ମଣ୍ଡଳ ଏବଂ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ।
ପ୍ରାରମ୍ଭରେ ରାଜ୍ୟପାଳଙ୍କ ଅନୁମତି ପ୍ରାପ୍ତ ପରେ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ନିଯୁକ୍ତି ଆଜ୍ଞାପତ୍ର ପାଠ କରିଥିଲେ ।
ଏହି ଅବସରରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ବିଧାନସଭାର ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ ମାନବିକ ଅଧିକାର ଆୟୋଗର ଅଧ୍ୟକ୍ଷ ଜଷ୍ଟିସ୍ ଶତ୍ରୁଘନ ପୂଜାହାରୀ, ରାଜ୍ୟ ସୂଚନା ଆୟୁକ୍ତ ସୁଶାନ୍ତ କୁମାର ମହାନ୍ତି, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍ବିଏସ୍ ରାଜପୁତ, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଦେବ ପ୍ରସାଦ ଦାଶ, ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
Comments are closed.