ବଲାଙ୍ଗୀର: ଏସଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା । ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଥିଲା । ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ ନିଶା ମହାରଣା । ଜାମିନ ପାଇବା ପରେ ଆଜି ମଙ୍ଗଳବାର ବଲାଙ୍ଗୀର ଏସ୍ଡିଜେଏମ କୋର୍ଟରେ ଅପରାହ୍ନ ପ୍ରାୟ ୧ଟା ୪୫ରେ ନିଶା ନିଜ ଓକିଲଙ୍କ ସହ ହାଜର ହୋଇଛନ୍ତି ।
ସୂଚନାଯୋଗ୍ୟ, ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି । ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା । ପୋଲିସ ନିଜ ଆଡୁ ମାମଲା ରୁଜୁ କରିଥିଲା ।
ଏହି ଘଟଣାରେ ଡିସେମ୍ବର ୧୪ରେ ତତ୍କାଳୀନ ଚନ୍ଦନଭାଟି ଫାଣ୍ଡି ଅଧିକାରୀ ରଞ୍ଜିତ ପ୍ରଧାନ ଏ ନେଇ ବଲାଙ୍ଗିର ସଦର ଥାନାରେ ଅଭିଯୋଗ କରିଥିଲେ। ସଦର ପୁଲିସ ଏ ନେଇ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିଥିଲା। ଡିସେମ୍ବର ୧୫ରେ ଯାତ୍ରା କମିଟି ସଭାପତି ଓ ସମ୍ପାଦକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ।