ଭୁବନେଶ୍ୱର: ବହୁଦିନ ପରେ ଓଡିଶାରେ ଓଡ଼ିଆ ସିନେମାର ସ୍ୱର୍ଣ୍ଣୀମ ଯୁଗ ଫେରିଛି । ରାଜ୍ୟରେ ପୂର୍ଣ୍ଣ ପ୍ରେକ୍ଷାଳୟ ସହ ୫୦ ଦିନ ସମ୍ପୂର୍ଣ୍ଣ କରିଛି ସୁପରହିଟ୍ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା\’ । ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଚଳଚ୍ଚିତ୍ର ସାରା ରାଜ୍ୟରେ ଦର୍ଶକଙ୍କୁ ପ୍ରେକ୍ଷାଳୟ ମୁହାଁ କରାଇବା ସହ ଓଲିଉଡରେ ସଫଳତାର ଫର୍ଦ୍ଦ ଯୋଡ଼ିବାରେ ସମର୍ଥ ହୋଇଛି ।
ଏହି ଅବସରରେ ଭୁବନେଶ୍ୱରର ସ୍ତୁତି ସିନେମା ହଲରେ ଆୟୋଜିତ ହୋଇଥିଲା ଏକ ସେଲିବ୍ରେସନ୍ ଉତ୍ସବ । ଏଥିରେ ଯୋଗ ଦେଇଥିଲେ ଓଡ଼ିଆ ସିନେମାର ମହାନ୍ କଳାକାର ପ୍ରଶାନ୍ତ ନନ୍ଦ, ସିଦ୍ଧାନ୍ତ ମହପାତ୍ର, ସାଂସଦ ସୁଲତା ଦେଓ , ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ, କ୍ରିଏଟିଭ୍ ହେଡ ମୁଖ୍ୟ ପ୍ରଣୟ ଜେଠୀ , ଲାଇନ୍ ପ୍ରଡ୍ୟୁସର ଗୋପାଳ ଘଡେଇଙ୍କ ସମେତ ଚଳଚ୍ଚିତ୍ରର ସମସ୍ତ କଳାକାର ଓ ଟେକ୍ନିସିଆନ୍ ଉପସ୍ଥିତ ଥିଲେ । ଏହି ଅବସରରେ ସ୍ତୁତି ସିନେମା ହଲ ମାଲିକ ବିଜେନ୍ଦ୍ର ମହାନ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବିଶିଷ୍ଟ ଲେଖକ ଗୌରହରି ଦାସଙ୍କ କ୍ଷୁଦ୍ରଗଳ୍ପ ଉପରେ ଆଧାରିତ ଏକ ମଧ୍ୟବିତ୍ତପରିବାରର ଆଶା, ଆକାଂକ୍ଷା, ସ୍ୱପ୍ନ ଓ ନୈରାଶ୍ୟର କାହାଣୀ ଉପରେ ପର୍ଯ୍ୟବେସିତ ହୋଇଛି ଏହି ଚଳଚ୍ଚିତ୍ର । ପ୍ରଯୋଜନା ସଂସ୍ଥା ଅମୀୟ ପଟ୍ଟନାୟକ ପ୍ରଡକ୍ଟସନ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରରେ ରୋ଼ଶନ୍ ବିଶୋଇ ଚିତ୍ରନାଟ୍ୟ ଓ ସଂଳାପ ଲେଖିଥିବା ବେଳେ ଅଙ୍କେଶ ଆନନ୍ଦ ଓ ଆଶିଷ ପ୍ରଧାନ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ବର୍ଷା ପଟ୍ଟନାୟକ ଏହାର କାର୍ଯ୍ୟନିର୍ବାହୀ ପ୍ରଯୋଜିକା ଦାୟିତ୍ୱ ନିର୍ବାହ କରିଛନ୍ତି । ଏହି ଚଳଚ୍ଚିତ୍ରରେ ଦ୍ୱୀପନ୍ୱିତ ଦାସ, ବର୍ଷା ପଟ୍ଟନାୟକ, ସିଦ୍ଧାନ୍ତ ମହାପାତ୍ର, ଚୌଧୁରୀ ଜୟ ପ୍ରକାଶ ଦାସ, ରୋ଼ଶନ୍ ବିଶୋଇ, ଦୀପକ ଉପାଧ୍ୟାୟ, ଶୀଲା ତ୍ରିପାଠୀ, ଅବକାଶ ମିଶ୍ର, ରୂପମ୍ବିକା ନାୟକ ପ୍ରମୁଖ ଅଭିନୟ କରିଛନ୍ତି ।
BREAKING NEWS
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
- Union Budget 2026: ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା…
- ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ହ୍ରାସ ପାଏ କି ଶ୍ରବଣ ଶକ୍ତି ?
- Budget2026: ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
- Union Budget 2026: ଜାଣନ୍ତୁ…କ’ଣ ମହଙ୍ଗା, କ’ଣ ଶସ୍ତା?
- Union Budget 2026: ଶସ୍ତା ହେବ କର୍କଟ, ମଧୁମେହ ଏବଂ ଅଟୋଇମ୍ମ୍ୟୁନ୍ ରୋଗର ଔଷଧ…
- ବଜେଟ୍ ୨୦୨୬: ବାୟୋଫାର୍ମାକୁ ଫୋକସ, ୧୦ ହଜାର କୋଟି ଟଙ୍କା ହେବ ନିବେଶ
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
Comments are closed.